୧୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ଏହାର ପ୍ରଭାବରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜି ପାଗ ମେଘୁଆ ରହିଥିବା ବେ‌ଳେ କିଛି କିଛି ସ୍ଥାନରେ ବର୍ଷା ହେଉଛି । ମୌସୁମୀ ଜନିତ ବର୍ଷ ଯୋଗୁ ଉତ୍ତର ଗୁଜରାଟ ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ସେଓପୁର, ଗୁପା, ଦାମୋହ, ମାନା, ଗୋପାଳପୁର ଉପରେ ଅବପାତର କେନ୍ଦ୍ର ଦେଇ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି । ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *