ଭୁବନେଶ୍ୱର : ବଡ଼ ବର୍ଷା ସହ ଆସୁଛି ଲଘୁଚାପ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ସହ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ବଢିବ । ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏଥି ସହ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
୨୯ ଯାଏଁ ପ୍ରବଳ ବର୍ଷିବ
