ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିଲେ ମହାମହୀମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବିମାନବନ୍ଦରରୁ ସିଧା ସଳଖ ରାଜଭବନକୁ ଆସିବେ । ଅପରାହ୍ନରେ ବିଧାନସଭାକୁ ସମ୍ବୋଧନ କରିବେ। ବିମାନବନ୍ଦରରେ ସ୍ୱାଗତ କରିଛନ୍ତି ରାଜ୍ୟପାଳ। ତେବେ ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ପ୍ରଥମଥର ପାଇଁ ବିଧାନସଭାରେ ନିଜର ଅଭିଭାଷଣ ରଖିବେ ରାଷ୍ଟ୍ରପତି । ବ୍ୟବସ୍ଥା ଅନୁଯାୟୀ ଶୀତ ଅଧିବେଶନରେ ୨୯ ଦିନିଆ କ୍ୟାଲେଣ୍ଡର୍ କରାଯାଇଛି । କିନ୍ତୁ ଅତିରିକ୍ତ ବଜେଟ୍ ଗୃହୀତ ହେଲା ପରେ କେତେଦିନ ଗୃହ ଚାଲିବ, ତାହା ଉପରେ ସମସ୍ତଙ୍କର ନଜର ରହିଛି ।
ଓଡ଼ିଶାରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ
