ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହ୍ୟୁମାନ ସାଗର କେମିତି ଅଛନ୍ତି, ସେନେଇ ଜାଣିବା ପାଇଁ ଡାକ୍ତରୀ ଟିମ୍ଙ୍କ ସହିତ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଓଲିଉଡ୍ ଗାୟକ ହ୍ୟୁମାନ ସାଗର ଭୁବନେଶ୍ଵର ଏମ୍ସ ଆଇସିୟୁରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି। ଡାକ୍ତରଙ୍କ କହିବା ଅନୁଯାୟୀ ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି। ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି। ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଆବଶ୍ୟକ ହେଲେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ କରାଯିବ ଗତକାଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଭୁବନେଶ୍ୱର ଏମ୍ସରେ ହ୍ୟୁମାନଙ୍କୁ ଭେଟିବାକୁ ଆସିଲେ ହ୍ୟୁମାଙ୍କ ପତ୍ନୀ ଶ୍ରୀୟା ମିଶ୍ର।
ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର
