ଆଜିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବା ସହ ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷାକୁ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କଟକରେ ଅତି ପ୍ରବଳ ବର୍ଷା ହୋଇପାରେ । ଆଜି କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁରରେ ବନ୍ୟା ସ୍ଥିତି ଉପୁଜିଥିବାବେଲେ ଏହି ସବୁ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *