ଆହୁରି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ଲଘୁଚାପ ସକ୍ରିୟ ଥିବାବେଳେ ଆଉ ଏକ ଲଘୁଚାପ ଆସୁଛି । ସୋମବାର ଓ ମଙ୍ଗଳବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଉତ୍ତରପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବାନ ରହିଛି । ଏହା ସହ ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୧୮ ତାରିଖରେ ମାଲକାନଗିରି ଓ କୋରାପୁଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୯ତାରିଖରେ କୋରାପୁଟ ଓ କଳାହାଣ୍ଡି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ୧୮ରୁ୨୦ ତାରିଖ ଭିତରେ ସମୁଦ୍ର ଭିତରୁକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *