ଭୁବନେଶ୍ୱରେ : ରାଜ୍ୟର ପାଗରେ କିଛିଟା ପରିବର୍ତ୍ତନ ଆସିଛି । ଦିନରେ ଖରା ଓ ସନ୍ଧ୍ୟା ବେଳକୁ କିଛି କିଛି ସ୍ଥାନରେ ବର୍ଷା ହେଉଛି । ଆସନ୍ତା ୩୧ ତାରିଖଠାରୁ ବଢିବ ବର୍ଷା । ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଅଧିକ ହେବ । ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବାରୁ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଆସନ୍ତା ୩୧ ତାରିଖରୁ ବଢିବ ବର୍ଷା
