ରାଜ୍ୟରେ ଜାରି ରହିଛି ଲଘୁଚାପ

ଭୁବନେଶ୍ୱର : ସପ୍ତାହ ଧରି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ବର୍ଷାର ପ୍ରଭାବରେ ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଲଘୁଚାପ ଯୋଗୁଁ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ସେହିପରି ଆଜି ଅଧା ଓଡ଼ିଶା ପାଇଁ ରହିଛି ଆଲର୍ଟ । ପ୍ରବଳ ବର୍ଷାକୁ ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେମିତି ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *