ଆରମ୍ଭ ହେଲା ଲଘୁଚାପ

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଆରମ୍ଭ ହେଲା ଲଘୁଚାପ। ଲଘୁଚାପର ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୬ ତାରିଖ ଯାଏ ସମୁଦ୍ର ମନା । ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *