ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସମସ୍ତ ସ୍କୁଲ ଛୁଟି।

weather news : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷ ହେବ ନେଇ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଗୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି |ଏହାକୁ ଦୃଷ୍ଟିରେ ରଖି ମୟୁରଭଞ୍ଜ ଜିଲ୍ଲାପାଳ ଶନିବାର ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି |

ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ।ଏହା ପ୍ରଭାବରେ ଵଉତ୍ତର ଓଡ଼ିଶାରେ ଶୁକ୍ରବାର ରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷ ହେବାର ସଂଭାବନା ଥିବାବେଳେ ମୟୁରଭଞରେଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହୋଇପାରେ |ସେହିଭଳି କେନ୍ଦୁଝର,ବାଲେଶ୍ୱର,ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷ ହେବାର ସମ୍ଭାବନା ଥିବାରୁ ୱାରେଞ୍ଜ ବର୍ଣ୍ଣିଙ୍ଗ ଜାରି କରାଯାଇଛି |

ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *