ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପରେ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ପାଣିପାଗ ବିଭାଗ ପକ୍ଷରୁ ଲଘୁଚାପର ପ୍ରଭାବରେ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୧୫ ତାରିଖ ଯାଏଁ ୨ ଜିଲ୍ଲା ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ମଧ୍ୟ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ରାଜ୍ୟର ୯ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ନ କରିବା ପାଇଁ ବାରଣ କରାଯାଇଛି ।
ପ୍ରବଳ ଛେଚିବ, ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ
