ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ନୂଆ ଢାଞ୍ଚାରେ ହେବ ଭୁବନେଶ୍ୱରର ମେଟ୍ରୋ । ମେଟ୍ରୋ ପ୍ରକଳ୍ପ ପାଇଁ ଗଠନ ହେବ ଟେକ୍ନିକାଲ କମିଟି । ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ କମିଟିକୁ ରିପୋର୍ଟ ଦେବ । ତା ସହ ସାଧାରଣ ଲୋକଙ୍କ ମତାମତ ନିଆଯିବ । ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀ ସ୍ତରୀୟ କମିଟିର ଦ୍ଵିତୀୟ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ ମେଟ୍ରୋ କେଉଁ ଲାଇନରେ ଯିବ, କେଉଁ ଜାଗା ପାର୍କିଙ୍ଗ ଅଞ୍ଚଳ ହେବ ସେନେଇ ଟେକ୍ନିକାଲ କମିଟି ରିପୋର୍ଟ ଦେବ । ପୁରୁଣା ପ୍ରକଳ୍ପ ଅନୁଯାୟୀ ରାସ୍ତାରେ ଟ୍ରାଫିକ୍ ଜାମ୍ ରହୁଛି । ମେଟ୍ରୋ କାମ ଚାଲିଥିଲେ ପୁରା ରାସ୍ତା ଠପ୍ ହୋଇଯାଇଥାନ୍ତା । ସେଥିପାଇଁ ନୂଆ ଟ୍ରାକ୍ ଯାହା ହେବ କମିଟି ରିପୋର୍ଟ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।
ମେଟ୍ରୋକୁ ନେଇ ନୂଆ ସୂଚନା
